1ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
2ତହିଁରେ ଦାଉଦ କହିଲେ, “ହାନୂନ୍ର ପିତା ନାହଶ୍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
4ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।