ଦ୍ୱିତୀୟ ଶାମୁୟେଲ 10

ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”

2 Samuel 10:5 (UKJV) When they told it unto David, he sent to meet them, because the men were greatly ashamed: and the king said, Tarry at Jericho until your beards be grown, and then return.

3ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”

4ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।

5ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”

6ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।

7ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.