4ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
5ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
6ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
7ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
8ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।