ଦ୍ୱିତୀୟ ଶାମୁୟେଲ 10

ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

2 Samuel 10:7 (UKJV) And when David heard of it, he sent Joab, and all the host of the mighty men.

5ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”

6ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।

7ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

8ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।

9ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.