ଦ୍ୱିତୀୟ ଶାମୁୟେଲ 10

ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

2 Samuel 10:9 (UKJV) When Joab saw that the front of the battle was against him before and behind, he chose of all the choice men of Israel, and put them in array against the Syrians:

7ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।

8ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।

9ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।

10ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।

11ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.