8ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
9ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।
10ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”
11ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।”
12ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।