11ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।”
12ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।
13ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।
14ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।
15ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”