16ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।
17ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।
18ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;
19ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,
20ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?