20ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?
21ଯିରୁବ୍ବେଶତର ପୁତ୍ର ଅବୀମେଲକ୍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
22ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।
23ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।
24ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”