ଦ୍ୱିତୀୟ ଶାମୁୟେଲ 11

ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”

2 Samuel 11:25 (UKJV) Then David said unto the messenger, Thus shall you say unto Joab, Let not this thing displease you, for the sword devours one as well as another: make your battle more strong against the city, and overthrow it: and encourage you him.

23ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।

24ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”

25ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”

26ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।

27ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.