ଦ୍ୱିତୀୟ ଶାମୁୟେଲ 11

ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।

2 Samuel 11:4 (UKJV) And David sent messengers, and took her; and she came in unto him, and he lay with her; for she was purified from her uncleanness: and she returned unto her house.

2ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।

3ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”

4ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।

5ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।

6ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.