6ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।
7ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।
8ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
9ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।
10ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”