9ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
10ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’
11ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
12ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’”
13ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।