13ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
14ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
15ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
16ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
17ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।