ଦ୍ୱିତୀୟ ଶାମୁୟେଲ 12

ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”

2 Samuel 12:21 (UKJV) Then said his servants unto him, What thing is this that you have done? you did fast and weep for the child, while it was alive; but when the child was dead, you did rise and eat bread.

19ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍‍ ଫୁସ୍‍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି?” ସେମାନେ କହିଲେ, “ମଲାଣି।”

20ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।

21ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”

22ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।

23ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.