ଦ୍ୱିତୀୟ ଶାମୁୟେଲ 12

ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।

2 Samuel 12:22 (UKJV) And he said, While the child was yet alive, I fasted and wept: for I said, Who can tell whether GOD will be gracious to me, that the child may live?

20ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।

21ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”

22ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, କେଜାଣି ସଦାପ୍ରଭୁ ମୋʼ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।

23ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି? ମୁଁ କି ତାକୁ ଫେରାଇ ଆଣି ପାରିବି? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋʼ ନିକଟକୁ ଫେରି ଆସିବ ନାହିଁ।”

24ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍‍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍‍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.