ଦ୍ୱିତୀୟ ଶାମୁୟେଲ 12

ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।

2 Samuel 12:27 (UKJV) And Joab sent messengers to David, and said, I have fought against Rabbah, and have taken the city of waters.

25ପୁଣି ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ ଦେଲେ।

26ଏଥିମଧ୍ୟରେ ଯୋୟାବ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।

27ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।

28ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋʼ ନାମାନୁସାରେ ଖ୍ୟାତ ହେବ।”

29ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.