ଦ୍ୱିତୀୟ ଶାମୁୟେଲ 12

ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

2 Samuel 12:3 (UKJV) But the poor man had nothing, save one little ewe lamb, which he had bought and nourished up: and it grew up together with him, and with his children; it did eat of his own food, and drank of his own cup, and lay in his bosom, and was unto him as a daughter.

1ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।

2ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;

3ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

4ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”

5ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.