ଦ୍ୱିତୀୟ ଶାମୁୟେଲ 12

ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;

2 Samuel 12:5 (UKJV) And David's anger was greatly kindled against the man; and he said to Nathan, As the LORD lives, the man that has done this thing shall surely die:

3ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।

4ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”

5ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;

6ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”

7ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.