5ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁର ଯୋଗ୍ୟ;
6ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”
7ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
8ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥାʼନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥାʼନ୍ତୁ।
9ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।