10ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
11ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”
12ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!
13ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”
14ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।