ଦ୍ୱିତୀୟ ଶାମୁୟେଲ 13

ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।

2 Samuel 13:14 (UKJV) Nevertheless he would not hearken unto her voice: but, being stronger than she, forced her, and lay with her.

12ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ। ତୁମ୍ଭେ ଏହି ମୂଢ଼ କର୍ମ ନ କର!

13ମୁଁ ମଧ୍ୟ ଆପଣା କଳଙ୍କ କେଉଁଠାକୁ ନେଇଯିବି? ପୁଣି ତୁମ୍ଭେ ମଧ୍ୟ ଇସ୍ରାଏଲର ମୂଢ଼ମାନଙ୍କ ମଧ୍ୟରେ ଜଣକ ପରି ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”

14ତଥାପି ଅମ୍ନୋନ ତାହାର ରବ ଶୁଣିଲା ନାହିଁ; ମାତ୍ର ଆପେ ତାହା ଅପେକ୍ଷା ବଳବାନ ହେବାରୁ ତାହାକୁ ବଳାତ୍କାର କରି ତାହା ସଙ୍ଗେ ଶୟନ କଲା।

15ଏଉତ୍ତାରେ ଅମ୍ନୋନ ତାହାକୁ ଅତିଶୟ ଘୃଣା କଲା; ସେ ତାହାକୁ ଯେପରି ପ୍ରେମ କରିଥିଲା, ତାʼଠାରୁ ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, ଉଠ, ଯା।

16ତହିଁରେ ସେ କହିଲା, “ସେପରି ନ ହେଉ! କାରଣ ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତା ଅପେକ୍ଷା ମୋତେ ଏପରି ବାହାର କରିଦେବା ଅଧିକ ଅନ୍ୟାୟ!” ମାତ୍ର ସେ ତାହା କଥା ଶୁଣିବାକୁ ଅସମ୍ମତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.