1ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।
2ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।
3ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍ ଅତି ଚତୁର।
4ଏଣୁ ଯୋନାଦବ୍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”