18ତାମର ଦେହରେ ଲମ୍ବା ଅଙ୍ଗରଖା ଥିଲା, କାରଣ ଅନୂଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧୁଥିଲେ। ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ କବାଟରେ ଅର୍ଗଳ ଦେଲା।
19ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।
20ଏଥିରେ ତାହାର ଭାଇ ଅବଶାଲୋମ ତାହାକୁ କହିଲା, “ତୁମ୍ଭ ଭାଇ ଅମ୍ନୋନ କି ତୁମ୍ଭର ବଳାତ୍କାର କରିଅଛି? ହେଉ, ଆମ୍ଭ ଭଉଣୀ, ଏବେ ତୁନି ହୁଅ, ସେ ତୁମ୍ଭର ଭାଇ; ଏ କଥା ମନେ ଧର ନାହିଁ।” ତହିଁରେ ତାମର ଉଦାସିନୀ ହୋଇ ଆପଣା ସହୋଦର ଅବଶାଲୋମର ଗୃହରେ ରହିଲା।
21ମାତ୍ର ଦାଉଦ ରାଜା ଏହିସବୁ କଥା ଶୁଣି ଅତ୍ୟନ୍ତ କ୍ରୁଦ୍ଧ ହେଲେ।
22ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।