ଦ୍ୱିତୀୟ ଶାମୁୟେଲ 13

ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।

2 Samuel 13:3 (UKJV) But Amnon had a friend, whose name was Jonadab, the son of Shimeah David's brother: and Jonadab was a very subtle man.

1ଏଥିଉତ୍ତାରେ ଏହି ଘଟଣା ହେଲା; ଦାଉଦଙ୍କର ପୁତ୍ର ଅବଶାଲୋମର ତାମର ନାମରେ ଏକ ସୁନ୍ଦରୀ ଭଉଣୀ ଥିଲା; ନିଜର ସାବତ ଭଉଣୀ ପ୍ରତି ଦାଉଦଙ୍କର ପୁତ୍ର ଅମ୍ନୋନ କାମାସକ୍ତ ହେଲା।

2ପୁଣି ଅମ୍ନୋନ ଆପଣା ଭଉଣୀ ତାମର ଲାଗି ଏପରି ଆକୁଳ ହେଲା ଯେ, ସେ ପୀଡ଼ିତ ହେଲା; କାରଣ ତାମର ଅନୂଢ଼ା ଥିଲା ଓ ତାହା ପ୍ରତି କିଛି କରିବାକୁ ଅମ୍ନୋନକୁ କଷ୍ଟକର ବୋଧ ହେଲା।

3ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।

4ଏଣୁ ଯୋନାଦବ୍‍ ଅମ୍ନୋନକୁ କହିଲା, “ହେ ରାଜପୁତ୍ର, ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଅଛ; ମୋତେ କʼଣ ତାହା କହିବ ନାହିଁ?” ଏଥିରେ ଅମ୍ନୋନ ତାହାକୁ କହିଲା, “ମୁଁ ମୋର ଭ୍ରାତା ଅବଶାଲୋମର ଭଉଣୀ ତାମର ପ୍ରତି କାମାସକ୍ତ ଅଟେ।”

5ଏଥିରେ ଯୋନାଦବ୍‍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.