ଦ୍ୱିତୀୟ ଶାମୁୟେଲ 13

ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।

2 Samuel 13:32 (UKJV) And Jonadab, the son of Shimeah David's brother, answered and said, Let not my lord suppose that they have slain all the young men the king's sons; for Amnon only is dead: for by the appointment of Absalom this has been determined from the day that he forced his sister Tamar.

30ସେମାନେ ବାଟରେ ଥାଉ ଥାଉ ଦାଉଦଙ୍କ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, “ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସେମାନଙ୍କ ମଧ୍ୟରୁ ଜଣେ ଅବଶିଷ୍ଟ ନାହିଁ।”

31ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହୋଇ ପଡ଼ିଲେ ଓ ତାଙ୍କର ଦାସ ସମସ୍ତେ ଆପଣା ଆପଣା ବସ୍ତ୍ର ଚିରି ତାଙ୍କ ନିକଟରେ ଠିଆ ହେଲେ।

32ସେତେବେଳେ ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ଉତ୍ତର ଦେଇ କହିଲା, “ସେମାନେ ରାଜକୁମାର ସମସ୍ତଙ୍କୁ ବଧ କରିଅଛନ୍ତି ବୋଲି ମୋହର ପ୍ରଭୁ ବୋଧ ନ କରନ୍ତୁ; କେବଳ ଅମ୍ନୋନ ମରିଅଛି, କାରଣ ଅବଶାଲୋମର ଭଗିନୀ ତାମରକୁ ଅମ୍ନୋନ ବଳାତ୍କାର କରିବା ଦିନାବଧି ଅବଶାଲୋମର ମୁଖରେ ଏହା ସ୍ଥିରୀକୃତ ହୋଇଥିଲା।

33ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”

34ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.