33ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”
34ଏଥିମଧ୍ୟରେ ଅବଶାଲୋମ ପଳାଇ ଯାଇଥିଲା। ଏଉତ୍ତାରେ ଯେଉଁ ଯୁବା ଲୋକ ପ୍ରହରୀକର୍ମ କରୁଥିଲା, ସେ ଅନାନ୍ତେ, ଦେଖିଲା ଯେ, ଦେଖ, ଆପଣା ପଶ୍ଚାଦ୍ଦିଗରୁ ପର୍ବତ-ପାର୍ଶ୍ୱସ୍ଥ ପଥ ଦେଇ ଅନେକ ଲୋକ ଆସୁଅଛନ୍ତି।
35ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
36ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
37ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।