35ତହିଁରେ ଯୋନାଦବ୍ ରାଜାଙ୍କୁ କହିଲା, “ଦେଖନ୍ତୁ, ରାଜପୁତ୍ରମାନେ ଆସୁଅଛନ୍ତି; ଆପଣଙ୍କ ଦାସ ଯେପରି କହିଲା, ସେପରି ହେଲା।”
36ସେ ଏହି କଥା କହିବା ସମାପ୍ତ କଲାକ୍ଷଣେ ଦେଖ, ରାଜପୁତ୍ରମାନେ ଉପସ୍ଥିତ ହେଲେ ଓ ଆପଣା ଆପଣା ରବ ଉଠାଇ ରୋଦନ କଲେ; ଆଉ ରାଜା ଓ ତାଙ୍କ ଦାସମାନେ ମଧ୍ୟ ଅତିଶୟ ରୋଦନ କଲେ।
37ମାତ୍ର ଅବଶାଲୋମ ପଳାଇ ଗଶୂରର ରାଜା ଅମ୍ମୀହୂଦର ପୁତ୍ର ତଲ୍ମୟ ନିକଟକୁ ଗଲା। ପୁଣି ଦାଉଦ ପ୍ରତିଦିନ ଆପଣା ପୁତ୍ର ପାଇଁ ଶୋକ କଲେ।
38ଏହିରୂପେ ଅବଶାଲୋମ ପଳାଇ ଗଶୂରକୁ ଯାଇ ସେଠାରେ ତିନି ବର୍ଷ ରହିଲା।
39ପୁଣି ଦାଉଦ ରାଜାଙ୍କର ପ୍ରାଣ ଅବଶାଲୋମ ଆଡ଼େ ଯିବା ଆକାଂକ୍ଷାରେ ବ୍ୟାକୁଳ ହେଲା; କାରଣ ସେ ଅମ୍ନୋନକୁ ମୃତ ଜାଣି ତାହା ବିଷୟରେ ସାନ୍ତ୍ୱନାପ୍ରାପ୍ତ ହେଲେ।