7ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧିଦିଅ।”
8ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।
9ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।
10ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।
11ପୁଣି ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ, ସେ ତାମରକୁ ଧରି କହିଲା, “ଆସ, ମୋʼ ଭଉଣୀ, ମୋʼ ସଙ୍ଗରେ ଶୁଅ।”