ଦ୍ୱିତୀୟ ଶାମୁୟେଲ 14

ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।

2 Samuel 14:1 (UKJV) Now Joab the son of Zeruiah perceived that the king's heart was toward Absalom.

1ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।

2ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;

3ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.