13ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।
14ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।
15ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।
16ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
17ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”