20କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”
21ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।”
22ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।”
23ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମଙ୍କୁ ଯିରୂଶାଲମକୁ ଆଣିଲା।
24ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।