ଦ୍ୱିତୀୟ ଶାମୁୟେଲ 14

ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।

2 Samuel 14:27 (UKJV) And unto Absalom there were born three sons, and one daughter, whose name was Tamar: she was a woman of a fair countenance.

25ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।

26ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।

27ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।

28ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।

29ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.