ଦ୍ୱିତୀୟ ଶାମୁୟେଲ 14

ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।

2 Samuel 14:28 (UKJV) So Absalom dwelt two full years in Jerusalem, and saw not the king's face.

26ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।

27ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।

28ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।

29ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

30ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.