ଦ୍ୱିତୀୟ ଶାମୁୟେଲ 14

ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”

2 Samuel 14:31 (UKJV) Then Joab arose, and came to Absalom unto his house, and said unto him, Wherefore have your servants set my field on fire?

29ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।

30ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।

31ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”

32ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”

33ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.