ଦ୍ୱିତୀୟ ଶାମୁୟେଲ 14

ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”

2 Samuel 14:4 (UKJV) And when the woman of Tekoah spoke to the king, she fell on her face to the ground, and did reverence, and said, Help, O king.

2ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;

3ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।

4ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”

5ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।

6ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.