4ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
5ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
6ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
7ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”
8ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”