ଦ୍ୱିତୀୟ ଶାମୁୟେଲ 14

ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”

2 Samuel 14:9 (UKJV) And the woman of Tekoah said unto the king, My lord, O king, the iniquity be on me, and on my father's house: and the king and his throne be guiltless.

7ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”

8ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”

9ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”

10ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”

11ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.