1ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।
2ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”
3ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”