10ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
11ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।
12ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
13ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”
14ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”