12ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
13ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”
14ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”
15ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”
16ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।