17ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୂର ସ୍ଥାନରେ) ରହିଲେ।
18ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।
19ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।
20ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”
21ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।”