ଦ୍ୱିତୀୟ ଶାମୁୟେଲ 15

ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”

2 Samuel 15:20 (UKJV) Whereas you came but yesterday, should I this day make you go up and down with us? seeing I go where I may, return you, and take back your brethren: mercy and truth be with you.

18ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍‍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।

19ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।

20ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”

21ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।”

22ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.