22ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।
23ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।
24ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।
25ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।
26ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।”