ଦ୍ୱିତୀୟ ଶାମୁୟେଲ 15

ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।

2 Samuel 15:29 (UKJV) Zadok therefore and Abiathar carried the ark of God again to Jerusalem: and they tarried there.

27ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।

28ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”

29ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।

30ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।

31ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.