31ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
32ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।
33ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ।
34ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।
35ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।