ଦ୍ୱିତୀୟ ଶାମୁୟେଲ 15

ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।

2 Samuel 15:34 (UKJV) But if you return to the city, and say unto Absalom, I will be your servant, O king; as I have been your father's servant until now, so will I now also be your servant: then may you for me defeat the counsel of Ahithophel.

32ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।

33ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ।

34ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।

35ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।

36ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍‍, ସାଦୋକର ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.