35ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।
36ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”
37ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା।