2ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”
3ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”
4ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”
5ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।
6ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।