7ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।
8କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”
9ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।
10ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
11ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।